ଅନୁଗୋଳ ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

ଅନୁଗୋଳ ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

ସୁସ୍ଥ ହେଲେ୪ ଜଣ ଆକ୍ରାନ୍ତ ।

( ଜେ. ବି. ଏନ୍/ସୁଶାନ୍ତ କୁମାର )୧୨/୦୧ /୨୦୨୧
ଅନୁଗୋଳ ଜିଲ୍ଲାରେ ୧୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୬ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୪ ଜଣ ( ୩ ଜଣ ପୁରୁଷ ଓ ୧ ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୩ଜଣ ୩ ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଓ ଆଠମଲ୍ଲିକ ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଅଛନ୍ତି । ଆଜି କଣିହାଁ ବ୍ଳକ , ବଅଁରପାଳ ବ୍ଳକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳରୁ ଓ କିଶୋରନଗର ବ୍ଳକ ପ୍ରଭୃତି ୫ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି ।

ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୪ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update