



ମାଟ୍ରିକ ପରୀକ୍ଷା ଫିସ୍ ଛାଡ
ଜେ ବି ଏନ, ୧୩/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ୱର : ଛାତ୍ର ସମାଜର ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖ୍ ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍ ଛାଡ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ଵାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ । ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍ ଦେବାକୁ ପଡ଼ିଥାଏ । ତେବେ ପରୀକ୍ଷା ଫିସ୍ ଛାଡ ନେଇ ସରକାରଙ୍କ ପକ୍ଷରୁ ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l