ଜିଲ୍ଲାରୁ ୦୩ ଜଣ କରୋନା ପଜିଟିଭ ଚିହ୍ନଟ 

ପଜିଟିଭ ସଂଖ୍ୟା ୧୨୩୯୫ରେ ପହଞ୍ଚିଲା

ସୁସ୍ଥ ହେଲେ ୦୨ ଜଣ  ଆକ୍ରାନ୍ତ 

(ଜେ. ବି. ଏନ୍ /ସୁଶିଲ କୁମାର) ୧୨/୦୩ /୨୦୨୧ ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥୁବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୨୪୨ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୨ଜଣ ( ୨ଜଣ ମହିଳା ) ଓ କଣିହାଁ ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୨ ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update