ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ନିୟମ 

ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ନିୟମ 

ଜେ. ବି. ଏନ୍, ରିପୋର୍ଟ, ବିନୋଦ କୁମାର ନାୟକ /ଶୁଭମ ପାଣି, (୧୬/୦୩ /୨୦୨୧) ଢେଙ୍କାନାଳ :ଢେଙ୍କାନାଳ ଜିଲ୍ଲା ତା. ୧୬.୦୩.୨୦୨୧ ରିଖ ଦିନ ଜିଲ୍ଲାଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ଶରତ କୁମାର ଦେହୁରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରାଧିକାରଣର ADR , ସମ୍ମିଳନୀ ଗୃହ ଠାରେ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ନିୟମ ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ହୋଇଯାଉଛି । ଏହି ସଚତନତା ଶିବିରରେ ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ଶ୍ରୀ ଅମିୟ କୁମାର ସାହୁ , ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ବର୍ଗର ଲୋକମାନଙ୍କ ପ୍ରତି ହେଉଥିବା ଅତ୍ୟାଚାରକୁ କିପରି ରୋକାଯାଇପାରିବ ସେ ବିଷୟରେ ବିଷଦ ଭାବରେ ଆଲୋଚନା କରିଥିଲେ । ପ୍ରଥମ ଶ୍ରେଣୀ ବିଚାରବିଭାଗୀୟମାଜିଷ୍ଟ୍ରେଟ ଶ୍ରୀମୟୀ ନନ୍ଦ , ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ବର୍ଗର ଲୋକମାନଙ୍କ ପାଇଁ ଭାରତୀୟ ସମ୍ବିଧାନରେ ଥିବା ବିଭିନ୍ନ ଆଇନ ବିଷୟରେ ଆଲୋଚନା କରିଥିଲେ । ଏହି ଶିବିରରେ ଅତିରିକ୍ତ ଜିଲ୍ଲାଜଜ୍ ତଥା ସତନ୍ତ୍ର ଜଜ୍ ( ଭିଜିଲାନ୍ସ ) ଲଳିତ କୁମାର ଦାଶ , ପାରିବାରିକ ଅଦାଲତର ବିଚାରପତି ଦିପ୍ତରଂଜନ କାନୁନ୍‌ଗୋ , ବରିଷ୍ଟ ଦେୱାନୀବିଚାରପତି ଶ୍ରୀ ସୁବାସ ଚନ୍ଦ୍ର ଧଳ , ବରିଷ୍ଟ ଦେୱାନୀ ଅଦାଲତ ( ଏଲ.ଆର ଓ ଏଲ୍ . ଟି.ଭି ) ବିଚାରପତି ଶ୍ରୀ ସୁଶିଲ କୁମାର ସାହୁ , ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତି ରାଜଶ୍ରୀ ଆଯ୍ୟବାଳା ତ୍ରିପାଠୀ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଶା ଅଗ୍ରୱାଲ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମୌତ୍ରୀ ସାମନ୍ତ ରାୟ ଏବଂ ପ୍ରାଧିକରଣର ପ୍ୟାନେଲ ଲୟର , ପି.ଏଲ.ଭି ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁକାନ୍ତ କିଶୋର ଜେନା ସୁଚାର ରୂପେ ଚାଲନା କରିଥିଲେ ।

Recent Post

Live Cricket Update