ଅନୁଗୋଳ ଜିଲ୍ଲାରୁ ୦୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୪୨୧ରେ ପହଞ୍ଚିଲା – ସୁସ୍ଥ ହେଲେ ୦୨ ଜଣ

ଅନୁଗୋଳ ଜିଲ୍ଲାରୁ ୦୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୪୨୧ରେ ପହଞ୍ଚିଲା – ସୁସ୍ଥ ହେଲେ ୦୨ ଜଣ 

 

ଜେ. ବି. ଏନ୍, ରିପୋର୍ଟ, ସୁଶୀଲ କୁମାର ଆଇଚ, ( ୧୯/୦୩/୨୦୨୧) ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୪୫ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କୁ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) , କଣିହାଁ ବ୍ଲକ ଅଞ୍ଚଳ ରୁ ୧ଜଣ ( ୧ଜଣ ପୁରୁଷ ) ଓ ପାଳଲହଡା ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଅଛନ୍ତି ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୨ ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି |

Recent Post

Live Cricket Update