ମହାପ୍ରଭୁଙ୍କ ପାଖେ ପଖାଳ ଭୋଗ :  ଏକ ଐତିହ 

ମହାପ୍ରଭୁଙ୍କ ପାଖେ ପଖାଳ ଭୋଗ :  ଏକ ଐତିହ 

ଜେ ବି ଏନ, ୨୦/୦୩ /୨୦୨୧, (ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), କଟକ : ଜାଣିଛନ୍ତି, ଖାଲି ଓଡ଼ିଆ ଘରେ ନୁହେଁ, ଓଡ଼ିଆଙ୍କ ଆରାଧ୍ୟ ବଡ଼ ଠାକୁରବି ଭାରି ଭଲ ପାଆନ୍ତି ପଖାଳକୁ। ସେଇଥି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପାଖରେ ବଢା ହେଉଥିବା ପଖାଳରେ କେତେବଳେ ଦହି ଭାସେ, କେତେବେଳେ ଘିଅ ବାସେ।

ମହାପ୍ରଭୁଙ୍କ ବଡ଼ ପଣିଆକୁ ପ୍ରତିପାଦିତ କରିବାକୁ ଯାଇ ଓଡ଼ିଆ ଲୋକେ କଥା କଥାରେ ଥଟ୍ଟା କରି କୁହନ୍ତି, “ପଖାଳ ଭାତରେ ଘି’ ତୋ ବୋପା ଖାଇଥିଲା କି” ।

 

ତେବେ ଏହି ପଖାଳର ନାଁ ସବୁ କଣ :

 

ସୁବାସ ପଖାଳ: ପ୍ରଥମେ କୁଡୁଆରେ ଅନ୍ନ ରନ୍ଧା ହୋଇସାରିବା ପରେ ସେଥିରେ ପାଣି ମିଶିଥାଏ। ଏଥିରେ ସ୍ୱାଦ ଅନୁଯାୟୀ ଲୁଣ ମିଶାଇ କଟା ଅଦା, ଭଜା ଜିରା ପକାଇ ପ୍ରସାଦ ଭାବେ ପରଷାଯାଏ। ଏହା ଏକ ସୁଗନ୍ଧିତ ଅନ୍ନ ହୋଇଥିବାରୁ ପାରମ୍ପରିକ ଭାବେ ଏହାକୁ ସୁବାସ ପଖାଳ ବୋଲି କୁହାଯାଏ।

 

ଚୁପୁଡା ପଖାଳ: ରନ୍ଧା ହୋଇଥିବା ଅନ୍ନକୁ ଭଲଭାବେ ଚିପୁଡି ଦିଆଯାଏ। ଏଥିରେ ଭଜା ଜିରା, ଲୁଣ ଓ ଦହି ମିଶାଇ ପ୍ରସାଦ ଭାବେ ମାଟିପାତ୍ରରେ ମହାପ୍ରଭୂଙ୍କୁ ପରଷି ଦିଆଯାଏ।

ପାଣି ପଖାଳ: ରନ୍ଧା ହୋଇଥିବା ଅନ୍ନରେ କେବଳ ପାଣି ଓ ଲୁଣ ମିଶାଇ ଏହି ପଖାଳ ପ୍ରସ୍ତୁତ ହୁଏ। ଏଥିରେ ଅନ୍ୟ କୌଣସି ଦ୍ରବ୍ୟ ମିଶ୍ରଣ କରାଯାଏ ନାହିଁ। ସାଧାରଣତଃ ଏହା ପ୍ରତ୍ୟକ ଓଡ଼ିଆ ଘରର ସାଧାରଣ ଖାଦ୍ୟ।

 

ଦହି ପଖାଳ: ସୁଖିଲା ଅନ୍ନରେ କେବଳ ଦହି ପକାଇ ଗୋଳାଇ ଦିଆଯାଏ। ଏଥିରେ ଦହିର ମାତ୍ରା ଅଧିକ ଥାଏ। ଏହି ମିଶ୍ରିତ ଅନ୍ନରେ ଭଜା ଜିରା ଓ ଅଦା ପାକାଇ ପ୍ରସ୍ତୁତ କରାଯାଏ।

 

ମିଠା ପଖାଳ: ସାଧା ଅନ୍ନରେ ଚିନି କିମ୍ବା ଧଳା ଗୁଡ ପାକାଇ ରନ୍ଧାଯାଏ। ଏଥିରେ ଭଜା ଜିରା, ଲୁଣ ଓ ଅଦାଖଣ୍ଡ ପକାଇ ପରଷା ଯାଇଥାଏ।

 

ମଲ୍ଲିଫୁଲ ପଖାଳ: ଏହି ପଖାଳ ଦହି ପଖାଳ ଭଳି ପ୍ରସ୍ତୁତ ହୋଇଥାଏ । ମାତ୍ର ଏହାକୁ ସୁବାସିତ କରିବାକୁ ମଲ୍ଲିଫୁଲ ଦେଇ ପରସାଯାଏ।

 

ଘିଅ ପଖାଳ: ସାଧାଅନ୍ନ, ଲୁଣ, ଅଦାଖଣ୍ଡ, ଦହି, ଭଜା ଜିରା ଇତ୍ୟାଦି ଓଳିରେ ରଖାଯାଇ ଏଥିରେ ଘିଅ ମିଶାଯାଏ। ଯାହାକୁ ଶ୍ରୀମନ୍ଦିର ପାରମ୍ପରିକ ପରିଭାଷାରେ ଘିଅ ପଖାଳ କୁହାଯାଏ।

 

ବିଶେଷ କରି ସନ୍ଧ୍ୟାଧୂପ ଓ ବଡ଼ ସିଂହାର ବା ରାତ୍ର ପହୁଡ଼ ପୂର୍ବରୁ ମହାପ୍ରଭୁଙ୍କ ପାଖରେ ପଖାଳ ଓ କଦଳୀ ଭଜା ଭୋଗ ଲାଗିଥାଏ।

 

ଜୟ ଜଗନ୍ନାଥ

ଜୟ ମା କଟକ ଚଣ୍ଡୀ

ପାଖଳଦିବସର ହାର୍ଦ୍ଦିକ ଶୁଭେଚ୍ଛା

Recent Post

Live Cricket Update