ଆଜି ଅନୁଗୋଳ ଜିଲ୍ଲାରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୫୮୫ରେ ପହଞ୍ଚିଲା – ସୁସ୍ଥ ହେଲେ ୦୫ ଜଣ

ଆଜି ଅନୁଗୋଳ ଜିଲ୍ଲାରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୫୮୫ରେ ପହଞ୍ଚିଲା – ସୁସ୍ଥ ହେଲେ ୦୫ ଜଣ

 

 

ଜେ ବି ଏନ, ୦୫/୦୪/୨୦୨୧, ରିପୋର୍ଟ, ସୁଶୀଲ କୁମାର ଆଇଚ, ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୫୧ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ବଅଁରପାଳ ବ୍ଳକ୍ ଅଂଚଳରୁ ୨ଜଣ ମହିଳା , ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୧ଜଣ ମହିଳା , ଅନୁଗୋଳ ପୌରାଞ୍ଚଳରୁ ୧ଜଣ ମହିଳା ଓ ତାଳଚେର ବ୍ଲକ୍ ଅଂଚଳରୁ ୧ଜଣ ପୁରୁଷ ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସଦ୍ଧି ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୫ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update