9 ଏପ୍ରିଲ 2021ରେ ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

9 ଏପ୍ରିଲ 2021ରେ ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

 

 

 

ଜେ ବି ଏନ, ୦୭/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 9 ଏପ୍ରିଲ, 2021 ମଧ୍ୟାହ୍ନ 12ଟାରେ ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ। ଏହି ପୁସ୍ତକ ଏବେ ଓଡ଼ିଆ ଓ ଇଂରାଜୀ ଭାଷାରେ ଉପଲବ୍ଧ। ଏହାର ହିନ୍ଦୀ ସଂସ୍କରଣକୁ ଶ୍ରୀ ଶଙ୍କରଲାଲ ପୁରୋହିତ ଅନୁବାଦ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ଲୋକସଭା ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ରହିବେ। ହରେକୃଷ୍ଣ ମହତାବ ଫାଉଣ୍ଡେସନ ପକ୍ଷରୁ ଏହି ହିନ୍ଦୀ ସଂସ୍କରଣ ଉନ୍ମୋଚନ କାର୍ଯ୍ୟକ୍ରମ ଆୟୋଜନ କରାଯିବ।

 

ଲେଖକଙ୍କ ସମ୍ପର୍କରେ

 

ଡ. ହରେକୃଷ୍ଣ ମହତାବ ଭାରତୀୟ ସ୍ବାଧୀନତା ସଂଗ୍ରାମରେ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ସେ 1946ରୁ 1950 ଏବଂ 1956ରୁ 1961 ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ। 1942ରୁ 1945 ପର୍ଯ୍ୟନ୍ତ ଦୁଇ ବର୍ଷରୁ ଅଧିକ ସମୟ ଧରି ଅହମ୍ମଦନଗର ଦୁର୍ଗ ଜେଲରେ ଥିବା ସମୟରେ ‘ଓଡ଼ିଶା ଇତିହାସ’ ପୁସ୍ତକ ରଚନା କରିଥିଲେ।

Recent Post

Live Cricket Update