ଆଜି ଅନୁଗୋଳ ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୬୧୭ରେ ପହଞ୍ଚିଲା – ସୁସ୍ଥ ହେଲେ ୦୯ ଜଣ

ଆଜି ଅନୁଗୋଳ ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୬୧୭ରେ ପହଞ୍ଚିଲା – ସୁସ୍ଥ ହେଲେ ୦୯ ଜଣ

 

 

ଜେ ବି ଏନ, ଅନୁଗୋଳ , ତା.୦୨.୦୪. ୨୦୨୧ : – ଆଜି ଅନୁଗୋଳ ଜିଲ୍ଲାରେ ୧୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଂକ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୩ ରେ ପହଂଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୧୦ ଜଣ ( ୯ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ବ୍ଲକ୍ ଅଂଚଳରୁ ୨ଜଣ ( ୨ଜଣ ପୁରୁଷ ) , ବଅଁରପାଳ ବ୍ଳକ୍ ଅଂଚଳରୁ ୨ଜଣ ( ୨ଜଣ ପୁରୁଷ ) ଓ ତାଳଚେର ପୌରାଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ ଜଣ ମହିଳା ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି । ସାମାଜିକ ଦୂରତା ଅବଲମ୍ବନ କରିବା ସହିତ ମାସ୍କ ପରିଧାନ କରିବା ପାଇଁ ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ଆଉଥରେ ଅନୁରୋଧ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୯ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update

× How can I help you?