ଆଜି ଅନୁଗୋଳ ଜିଲ୍ଲାରୁ ୩୩ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୬୫୦ରେ ପହଞ୍ଚିଲା – ସୁସ୍ଥ ହେଲେ ୬୮ ଜଣ

ଆଜି ଅନୁଗୋଳ ଜିଲ୍ଲାରୁ ୩୩ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୬୫୦ରେ ପହଞ୍ଚିଲା – ସୁସ୍ଥ ହେଲେ ୬୮ ଜଣ

 

 

ଜେ ବି ଏନ, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ ୦୮.୦୪. ୨୦୨୧ : – ଆଜି ଅନୁଗୋଳ ଜିଲ୍ଲାରେ ୩୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥୁବା ବ୍ୟକ୍ତିମାନଙ୍କ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୪ ରେ ପହଂଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୧୪ ଜଣ ( ୧୧ଜଣ ପୁରୁଷ ଓ ୩ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଂଚଳରୁ ୬ଜଣ ( ୫ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ବ୍ଳକ୍ ଅଂଚଳରୁ୪ ଜଣ ( ୨ଜଣ ପୁରୁଷ ଓ ୨ଜଣ ମହିଳା ) , କଣିହାଁ ବ୍ଲକ୍ ଅଂଚଳରୁ ୪ଜଣ ( ୩ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ତାଳଚେର ବ୍ଲକ୍ ୨ଅଂଚଳରୁ ଜଣ ( ୨ଜଣ ପୁରୁଷ ) ଓ କିଶୋରନଗର ବ୍ଳକ୍ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ସାମାଜିକ ଦୂରତା ଅବଲମ୍ବନ କରିବା ସହିତ ମାସ୍କ ପରିଧାନ କରିବା ପାଇଁ ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୮ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update