ଆଜି ଅନୁଗୋଳ ଜିଲ୍ଲାରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୬୯୫ରେ ପହଞ୍ଚିଲା – ସୁସ୍ଥ ହେଲେ ୨୫ ଜଣ । ଅନୁଗୋଳ

ଆଜି ଅନୁଗୋଳ ଜିଲ୍ଲାରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୬୯୫ରେ ପହଞ୍ଚିଲା – ସୁସ୍ଥ ହେଲେ ୨୫ ଜଣ

 

ଜେ. ବି. ଏନ୍ (୦୯/୦୪ /୨୦୨୧), ରିପୋର୍ଟ, ସୁଶୀଲ କୁମାର ଆଇଚ, ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୪୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୫ ରେ ପହଞ୍ଚିଛି ।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥୁବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୧୩ ଜଣ ( ୮ଜଣ ପୁରୁଷ ଓ ୫ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୯ଜଣ ( ୫ଜଣ ପୁରୁଷ ଓ ୪ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୮ଜଣ ( ୮ଜଣ ପୁରୁଷ ) , ତାଳଚେର ବ୍ଲକ । ଅଞ୍ଚଳରୁ ୪ଜଣ ( ୩ଜଣ ପୁରୁଷ ଓ୧ ଜଣ ମହିଳା ) , ତାଳଚେର ପୌରାଞ୍ଚଳରୁ ୪ଜଣ ( ୧ ଜଣ ପୁରୁଷ ଓ ୩ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , କିଶୋରନଗର ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ପାଳଲହଡା ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ସାମାଜିକ ଦୂରତା ଅବଲମ୍ବନ କରିବା ସହିତ ସଠିକ୍ ଭାବରେ ମାସ୍କ ପରିଧାନ କରିବା ପାଇଁ ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୨୫ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update