ଆଜି ଅନୁଗୋଳ ଜିଲ୍ଲାରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୭୫୬ରେ ପହଞ୍ଚିଲା – ସୁସ୍ଥ ହେଲେ ୧୩ ଜଣ

ଆଜି ଅନୁଗୋଳ ଜିଲ୍ଲାରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୭୫୬ରେ ପହଞ୍ଚିଲା – ସୁସ୍ଥ ହେଲେ ୧୩ ଜଣ

 

ଜେ ବି ଏନ, (ରିପୋର୍ଟ, ସୁଶୀଲ କୁମାର ଆଇଚ) , ଅନୁଗୋଳ , ତା.୧୧.୦୪. ୨୦୨୧, : – ଆଜି ଅନୁଗୋଳ ଜିଲ୍ଲାରେ ୩୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ତାଳଚେର ବ୍ଲକ୍ ଅଂଚଳରୁ ୮ଜଣ ( ୪ ଜଣ ପୁରୁଷ ଓ ୪ଜଣ ମହିଳା ) , ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୭ ଜଣ ( ୪ ଜଣ ପୁରୁଷ ଓ ୩ଜଣ ମହିଳା ) , କିଶୋରନଗର ବ୍ଲକ୍ ଅଂଚଳରୁ ୬ଜଣ ( ୫ଜଣ ପୁରୁଷ ଓ୧ ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୫ଜଣ ( ୩ଜଣ ପୁରୁଷ ଓ ୨ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଂଚଳରୁ ୪ଜଣ ( ୩ଜଣ ପୁରୁଷ ଓ ୧ଜଣ ମହିଳା ) , ଆଠମଲ୍ଲିକ ବ୍ଳକ୍ ଅଂଚଳରୁ ୩ଜଣ ( ୧ ଜଣ ପୁରୁଷ ଓ ୨ଜଣ ମହିଳା ) , କଣିହାଁ ବ୍ଳକ୍ ଅଂଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) ଓ ଅନୁଗୋଳ ବ୍ଳକ୍ ଅଂଚଳରୁ ୧ଜଣ ( ୧ ଜଣ ମହିଳା ) ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୧୩ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update