ଅନୁଗୋଳ ଜିଲ୍ଲାରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୮୩୨ରେ ପହଞ୍ଚିଲା – ସୁସ୍ଥ ହେଲେ ୩୯ଜଣ

ଅନୁଗୋଳ ଜିଲ୍ଲାରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ : ସୁସ୍ଥ ହେଲେ ୩୯ଜଣ ଆକ୍ରାନ୍ତ 

 

ରିପୋର୍ଟ: ସୁଶୀଲ କୁମାର ଆଇଚ
ଜେ. ବି. ଏନ୍ (.୧୩ – ୦୪-୨୦୨୧,) ଅନୁଗୋଳ :ଆଜି ଅନୁଗୋଳ ଜିଲ୍ଲାରେ ୪୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୮ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ତାଳଚେର ବ୍ଲକ୍ ଅଞ୍ଚଳରୁ ୯ଜଣ ( ୭ଜଣ ପୁରୁଷ ଓ ୨ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୮ଜଣ ( ୭ ଜଣ ପୁରୁଷ ଓ ୧ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୮ଜଣ ( ୫ଜଣ ପୁରୁଷ ଓ ୩ଜଣ ମହିଳା ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୭ଜଣ ( ୫ଜଣ ପୁରୁଷ ଓ ୨ଜଣ ମହିଳା ) , କଣିହାଁ ବ୍ଲକ୍ ଅଞ୍ଚଳରୁ ୬ଜଣ ( ୩ ଜଣ ପୁରୁଷ ଓ ୩ଜଣ ମହିଳା ) , ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୩ଜଣ ( ୧ଜଣ ପୁରୁଷ ଓ ୨ଜଣ ମହିଳା ) , ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଓ କିଶୋରନଗର ବ୍ଲକ୍ ଅଞ୍ଚଳରୁ ୧କଣ ( ୧ ଜଣ ପୁରୁଷ ) ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିସ୍ବାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୩୯ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update