କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ସ୍ମୃତିରେଖା ପହି

କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ସ୍ମୃତିରେଖା ପହି

 

 

ଜେ ବି ଏନ, ୧୫/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ବର : ଗତ ସପ୍ତାହରେ କଂଗ୍ରେସରୁ ଇସ୍ତଫା ଦେଇଥିବା ଧର୍ମଶାଳାର କଂଗ୍ରେସ ନେତ୍ରୀ ସ୍ମୃତିରେଖା ପହି ଆଜି ବୁଧବାର ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ନିଜ ସମର୍ଥକମାନଙ୍କ ସହ ସ୍ମୃତିରେଖା ପହି ବିଜେପିରେ ମିଶିଥିଲେ । ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜୁବତ୍ ହେବ ବୋଲି ସଭାପତି ସମୀର ମହାନ୍ତି କହିଥିଲେ ।

 

 

କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଆଗାମୀ ଦିନରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଦୃଢ଼ ଇଚ୍ଛାଶକ୍ତି ଓ କଠୋର ପରିଶ୍ରମ ବଳରେ ଓଡ଼ିଶାର ରାଜନୈତିକ ପରିବର୍ତ୍ତନ ଅବଶ୍ୟ ହେବ । ୨୦୩୬ ସୁଦ୍ଧା ଓଡ଼ିଶାକୁ ଭାଷାଭିତ୍ତିକ ରାଜ୍ୟ ଗଠନ ହେବାର ୧୦୦ ବର୍ଷ ପୂରଣ ହେଉଥିବା ବେଳେ ଶିଶୁମାନେ ଅପପୁଷ୍ଟିର ଶିକାର ହେଉଛନ୍ତି ଓ ଏହା ରାଜ୍ୟ ପାଇଁ ଚିନ୍ତାର ବିଷୟ ପାଲଟିଛି ।

Recent Post

Live Cricket Update