କଟକ : ରାଜ୍ୟର ୧୦ଟି ଜିଲ୍ଲାରେ ଭର୍ଚୁଆଲ ହାଇକୋର୍ଟ ଉଦ୍‌ଘାଟିତ ହୋଇଛି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି. ୱ।ଇ ଚନ୍ଦ୍ରଚୂଡ ଭର୍ଚୁଆଲ ହାଇକୋର୍ଟକୁ ଉଦଘାଟନ କରିଛନ୍ତି। ସମ୍ବଲପୁର, ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର, ଭଦ୍ରକ, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା, ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ୱର, ବଲାଙ୍ଗୀର, କୋରାପୁଟ ଜିଲ୍ଲାର ଜୟପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଭର୍ଚୁଆଲ ହାଇକୋର୍ଟ କାର୍ଯ୍ୟ କରିବ । ଓଡିଶା ଜୁଡିସିଆଲ ଏକାଡେମୀରେ ଆୟୋଜିତ ଉଦଘାଟନୀ ଉତ୍ସବରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଓ ଅନ୍ୟ ବିଚାରପତିମାନେ ଉପସ୍ଥିତ ଥିଲେ । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭର୍ଚୁଆଲ ମୋଡରେ ଭର୍ଚୁଆଲ ହାଇକୋର୍ଟ ସବୁ ଉଦଘାଟନ କରିଥିଲେ।