ଆଜି ପବିତ୍ର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ

ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀମାନଙ୍କୁ ଶୁଭେଛା ଜଣାଇ ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ର ଉଦଘାଟନ ମଧ୍ୟ କରିଥଲେ। ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ରିୟଲ ଟାଇମ୍ ସୂଚନା ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରି ପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।
ଏହା ସହିତ ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଶିଶୁ ସନ୍ତାନ ମାନଙ୍କ ପାଇଁ ଏକ କ୍ରେଚେ ‘କଳିକା’ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିଲେ। ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କରାଯାଇଛି।

Recent Post

Live Cricket Update

You May Like This