ବିସ୍ଥାପିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିଲେ ଭି କେ ପଣ୍ଡିଆନ


ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନ୍ ଦୁଇ ଦିନିଆ କେନ୍ଦ୍ରାପଡା ଗସ୍ତ କରିଥିବା ଅବସରରେ ବିସ୍ଥାପିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିଥିଲେ। ପରେ ମୁଖ୍ୟମନ୍ତ୍ରୀଙ୍କୁ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ।
ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ୨୨ କୋଟି ୫୦ ଲକ୍ଷ ୭୧ ହଜାର ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି। ଜଳବାୟୁ ପରିବର୍ତ୍ତନ ଦ୍ବାରା ପ୍ରଭାବିତ ଲୋକଙ୍କ ପାଇଁ ଏହା ଦେଶର ପ୍ରଥମ କଲୋନୀ। ଏହି ଅର୍ଥରେ ଅଞ୍ଚଳର ବିଭିନ୍ନ ଭିତ୍ତିଭୂମିର ବିକାଶ ହେବ।
ଅଞ୍ଚଳରେ ବନ୍ଧବାଡର ସୁଦୃଢୀକରଣ ସହିତ ହିତାଧିକାରୀ ମାନଙ୍କ ବାସଗୃହ, ଜୀବିକା କାର୍ଯ୍ୟକ୍ରମ, ରାସ୍ତା, ପିଇବା ପାଣି, ବିଜୁଳି ଓ ପଞ୍ଚାୟତ ଗୃହ ଆଦି ବିକାଶ କରାଯିବ। ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇ ଦିଆଯିବ।

Recent Post

Live Cricket Update