୨୮୩୬ ମିନି ଅଙ୍ଗନବାଡି ଏବେ ଉନ୍ନୀତ

ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟର ୭୪,୧୫୪ ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ ୧୦, ୪୧୬ ମିନି ଅଙ୍ଗନବାଡି ଥିଲା। ୨୮୩୬ ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା।

ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା: ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି।
ପ୍ରତ୍ୟେକ କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ ନିଯୁକ୍ତ କରାଯିବ। ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ

Recent Post

Live Cricket Update

You May Like This