ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ହାଇସ୍କୁଲକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ବାଲେଶ୍ବର ଜିଲ୍ଲାର ୨୩୩ଟି ହାଇସ୍କୁଲ, ନୟାଗଡ ଜିଲ୍ଲାର ୬୪ଟି, ନୂଆପଡା ଜିଲ୍ଲାର ୫୮ଟି, ସୁନ୍ଦରଗଡ ଜିଲ୍ଲାର ୪୯ଟି ଏବଂ ରାୟଗଡ ଜିଲ୍ଲାର ୪୫ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।
ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ତିନି ଦିନରେ ସମୁଦାୟ ୧୧୩୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି। ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍ନୋଲୋଜିର ଯୁଗ। ସବୁ କ୍ଷେତ୍ରକୁ ଟେକ୍ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ।