ସ୍କୁଲ ରୂପାନ୍ତରଣରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ଜିଲ୍ଲାମାନଙ୍କୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କରାଯିବ। ଆଜି ୩ୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣର ଶେଷ ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ପ୍ରଥମ ପୁରସ୍କାର ୩ କୋଟି ଟଙ୍କା, ୨ୟ ପୁରସ୍କାର ୨କୋଟି ଓ ୩ୟ ପୁରସ୍କାର ଭାବେ ୧କୋଟି ଟଙ୍କା ଦିଆଯିବ।
ଏହି କ୍ଷେତ୍ରରେ ଭଲକାମ କରିଥିବା ବ୍ଲକମାନଙ୍କ ମଧ୍ୟରୁ ଶ୍ରେଷ୍ଠ ଦଶଟି ବ୍ଲକକୁ ପଚାଶ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଭାବରେ ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ରାଜ୍ୟରେ ଶିକ୍ଷା ଉପରେ ଯେତେ ଅଧିକ ପ୍ରତିଯୋଗୀତା ହେବ, ଶିକ୍ଷାର ଗୁଣାତ୍ମକମାନ ସେତେ ବୃଦ୍ଧି ପାଇବ।
ଆଜି ସୋମବାର ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶେଷ କଟକ ଜିଲ୍ଲାର ୯୮ଟି ହାଇସ୍କୁଲ, କଳାହାଣ୍ଡିର ୧୧୫ଟି, ମାଲକାନଗିରିର ୪୯ଟି ଏବଂ ଯାଜପୁରର ୭୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ୩ୟ ପର୍ଯ୍ୟାୟରେ ମୋଟ ୨୧୫୧ଟି ରୂପାନ୍ତରିତ ଲୋକାର୍ପିତ ହେଲା। ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଥିଲା।