ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ଗଠନ ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏତଦ୍ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବୀ ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି।
ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ ହେବେ। ୨ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇ.ଜି ପାହ୍ୟାର ଅଧିକାରୀ ଓ ଅନ୍ୟ ଜଣେ ଡିଆଇଜି ବା ଏସ୍ପି ପାହ୍ୟାରେ ରହିବେ। ସିପାହୀଠାରୁ ଆରମ୍ଭ କରି ଏସ୍ଆଇ ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଏହି ବୋର୍ଡ ସଂପାଦନ କରିବ।