ରଜ ଭେଟି ରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି
ପେନସନ୍ଭୋଗୀଙ୍କ ଟି. ଆଇ ରେ ମଧ୍ୟ ବୃଦ୍ଧି
ଭୁବନେଶ୍ବର (୧୩.୦୬.୨୦୨୩) ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜାନୁୟାରୀ ପହିଲା ୨୦୨୩ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ୍ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ବାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।