ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱରକ୍ତ ଦାତା ଦିବସ ପାଳିତ
ଜଗତସିଂହପୁର
ତା =14/6/23
ଜଗତସିଂହପୁର ଜିଲ୍ଲା ସ୍ୱାସ୍ଥ ସମିତି ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟଚିକିତ୍ସାଳୟ ପରିସରରେ ଆଜି ବିଶ୍ୱ ରକ୍ତଦାତା ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱାରି ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଯୋଗଦେଇ ରକ୍ତଦାନ ମହତ ଦାନ ଓ ଯେଉଁ ବ୍ୟକ୍ତି ରକ୍ତଦାନ କରନ୍ତି ସେମାନଙ୍କର ଏହି କାର୍ଯ୍ୟ ଅତ୍ୟନ୍ତ ମହାନ କାର୍ଯ୍ୟ ଏବଂ ସେହି ମହାନ ରକ୍ତଦାତା ମାନଙ୍କୁ ଉତ୍ସର୍ଗୀକୃତ କରି ସମଗ୍ର ବିଶ୍ୱରେ ଏହି ବିଶ୍ୱ ରକ୍ତଦାତା ଦିବସ ପାଳନ କରାଯାଉଛି ବୋଲି ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଓ ଜନସ୍ୱାସ୍ଥଅଧିକାରୀ ଡ଼ଃ କ୍ଷେତ୍ରବାସୀ ଦାସ ଓ ଅନ୍ୟ ସମସ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ସକାଳୁ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା ଓ ସର୍ବାଧିକ ରକ୍ତଦାତାମାନଙ୍କୁ ଅତିଥିମାନଙ୍କଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ଏକ ରକ୍ତଦାନ କାର୍ଯ୍ୟକ୍ରମ କରାଯାଇଥିଲା ।
ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


