ଜଗତସିଂହପୁର ସାରସ୍ୱତ ପରିଷଦ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସ ଙ୍କ 95ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

(ଜଗତସିଂହପୁର ସାରସ୍ୱତ ପରିଷଦ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସ ଙ୍କ 95ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ )
ଜଗତସିଂହପୁର
ତା =18/6/23

ଜଗତସିଂହପୁର ସାରସ୍ଵତ ପରିଷଦ ପକ୍ଷରୁ ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୫ ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ ସାମା ଛକ ସ୍ଥିତ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କର ପ୍ରତି ମୂର୍ତ୍ତିରେ ପରିଷଦ ପକ୍ଷରୁ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ । ଜଗତସିଂହପୁର ସାରସ୍ୱତ ପରିଷଦ ପକ୍ଷରୁ ସ୍ମୃତି ଚାରଣ ସଭାରେ ପରିଷଦର ସଭାପତି ଅଧ୍ୟାପକ ହିମାଂଶୁ ଆଚାର୍ଯ୍ୟ ଅଧ୍ୟକ୍ଷତା କରି ତାଙ୍କ ବକ୍ତବ୍ୟରେ ଉତ୍କଳ ମଣି ଗୋପବନ୍ଧୁ ଦାସ ମାନବ ବାଦର ବାବହ ଥିଲେ ବୋଲି କହିବା ସହିତ ତାଙ୍କ ପରି ମଣିଷ ଆଜିର ଦୁନିଆରେ ବିରଳ ବୋଲି ଅଧ୍ୟାପକ ହିମାଂଶୁ ଆଚାର୍ଯ୍ୟ ମତ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଆଇଟିଆଇ ର ନିର୍ଦେଶକ ରଶ୍ମୀ ରଞ୍ଜନ ମିଶ୍ର ଆଶୀର୍ବାଦ ସେବା ସଂଗଠନ ସଭାପତି ଜଗନ୍ନାଥ ବେହେରା ବଂଶୀ ଧର ମଲ୍ଲିକ ଜଇଦ ସଇଫୁର ଓ ବିଜୟ ଦାସ ପ୍ରମୁଖ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି ଗୋପବନ୍ଧୁ ଦାସ ଙ୍କ ତ୍ୟାଗ ପୂର୍ତ୍ତ ଜୀବନ ସଂପର୍କରେ ଆଲୋକ ପାତ କରିଥିଲେ। ଶେଷରେ ସ୍ଥାନୀୟ ବାସିନ୍ଦା ସୁରେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ ଥିଲେ।
ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ

Recent Post

Live Cricket Update