ଜମିଜମା କମ୍ପ୍ୟୁଟରୀକରଣ ରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଅନୁଗୋଳ ଜିଲ୍ଲାକୁ ଭାରତ ସରକାରଙ୍କ ଦ୍ଵାରା ଭୁମି ସମ୍ମାନ

ଜମିଜମା କମ୍ପ୍ୟୁଟରୀକରଣ ରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଅନୁଗୋଳ ଜିଲ୍ଲାକୁ ଭାରତ ସରକାରଙ୍କ ଦ୍ଵାରା ଭୁମି ସମ୍ମାନ
———————————————————
ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ଅନୁଗୋଳ ଜିଲ୍ଲାକୁ ଏହାର ଶ୍ରେଷ୍ଠ ପାରଦର୍ଶିତା ପାଇଁ ଭୁମି ସମ୍ମାନ ପ୍ଲାଟିନମ ପ୍ରମାଣପତ୍ର ପ୍ରଦାନ
କରାଯାଇଛି। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହୋଦୟଙ୍କ କରକମଳରେ ଭୁମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୬୮ ଜିଲ୍ଲାକୁ ଭୁମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ରଜନୀକାନ୍ତ ସ୍ୱାଇଁ ରାଷ୍ଟ୍ରପତିଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଭୁମି ସଂସ୍କାର ନିମନ୍ତେ ଜିଲ୍ଲାରେ ନିଆଯାଇଥିବା ତ୍ୱରିତ ଓ ସଫଳ କାର୍ଯ୍ୟକ୍ରମ ପାଇଁ ଜମି ପଟାର କମ୍ପ୍ୟୁଟରୀକରଣ, ଜମି ରେଜିଷ୍ଟ୍ରେସନ କାର୍ଯ୍ୟକ୍ରମର ସରଳିକରଣ ଓ ସ୍ୱଚ୍ଛତା ଅନୁପାଳନ, ଆଧୁନିକ ରେକର୍ଡରୁମ ପରିଚାଳନା ଓ ଜମିଜମା କାଗଜପତ୍ରର ସ୍କାନିଂ ଓ କମ୍ପ୍ୟୁଟରୀକରଣ, ତହସିଲ ଓ ରେଜିଷ୍ଟ୍ରେସନ କାର୍ଯ୍ୟାଳୟ ମଧ୍ୟରେ ସଂଯୋଜନା ପ୍ରଭୁତି କ୍ଷେତ୍ରରେ ଅନୁଗୋଳ ଜିଲ୍ଲାର ୮ ଗୋଟି ତହସିଲରେ ଆଶାନୁରୂପକ ଉନ୍ନତି ପ୍ରଦର୍ଶନ ସହ ସଫଳତା ହାସଲ କରିଥିବା ହେତୁ ଭାରତ ସରକାରଙ୍କ ତରଫରୁ ଏହି ସମ୍ମାନ ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଦ୍ଵାରା ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ପ୍ରଦାନ କରାଯାଇଛି। ପ୍ରକାଶ ଥାଉକି ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର (ଏନ. ଆଇ.ସି.) ଦ୍ବାରା ବିକଶିତ ସଫ୍ଟଓୟାର ମାଧ୍ୟମରେ ଏହି କମ୍ପ୍ୟୁଟରୀକରଣ କାର୍ଯ୍ୟ ଜିଲ୍ଲା ରେ ସଫଳ ଭାବରେ କରାଯାଇଛି।

Recent Post

Live Cricket Update

You May Like This