ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।
ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମ ବେଦନା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କରିଥିଲେ ଓ ତାଙ୍କର ପାର୍ଥିବ ଶରୀରକୁ ବିଧାନସଭା ପୁଷ୍ପମାଲ୍ୟ ଦେଇ କରି ଠାରେ ଶ୍ରଦ୍ଧାଞ୍ଜଳି ଦେଇଥିଲେ।