ଇସ୍ତଫା ମଞ୍ଜୁର ପରେ ନୂଆ ପଦରେ ଭି କେ ପାଣ୍ଡିଆନ
ବରିଷ୍ଠ ଆଇଏଏସ ତଥା ମୁଖ୍ୟମନ୍ତ୍ରୀଙ୍କ ପୂର୍ବତନ ୫ଟି ତଥା ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନଙ୍କୁ ମିଳିଲା ନୂଆ ନିଯୁକ୍ତି। ୫-ଟି ଉପକ୍ରମ ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ପାଣ୍ଡିଆନଙ୍କୁ ନିଯୁକ୍ତି ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ । ସେ ଜଣେ କ୍ୟାବିନେଟ ପାହ୍ୟା ମନ୍ତ୍ରୀ ସଦୃଶ କାର୍ଯ୍ୟ କରିବେ । ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କାର୍ଯ୍ୟ କରିବେ ପୂର୍ବତନ ୫-ଟି ସଚିବ । ପାଣ୍ଡିଆନଙ୍କ ନୂଆ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।