Search
Close this search box.

ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଷଷ୍ଠ ଦିନରେ ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

 

ଏଥିପାଇଁ ରାୟଗଡ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୧ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା-ରାୟଗଡ, ଗୁଣୁପୁର ଓ ବିଷମକଟକ। ଏହିସବୁ ନିର୍ବାଚନମଣ୍ଡଳୀର ୧୧ଟି ବ୍ଲକ୍‌‌ର ୧୮୨ଟି ଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପ ହେବ। ସେହିପରି ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୩୯ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା: ଝାରସୁଗୁଡା ଓ ବ୍ରଜରାଜ ନଗର। ଏଥିରେ ୫ଟି ବ୍ଲକ୍‌ର ୭୮ଟି ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପ କରାଯିବ।

 

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

 

ଆଜିର କାର୍ଯ୍ୟକ୍ରମ ପାଇଁ ରାୟଗଡ ଜିଲ୍ଲାର ୩ଟି ଓ ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।

 

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ

Recent Post

Live Cricket Update

× How can I help you?