ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ, ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଅବସରରେ ସ୍ଥାନୀୟ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ନେତାଜୀ ଜୟନ୍ତୀ ଓ ଚିତ୍ରକଳା ପ୍ରଦର୍ଶନୀ ଆୟୋଜନ ହୋଇଥିଲା l ଏଥିରେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଏଲଆଇସି ଚେୟାରମ୍ୟାନ କ୍ଲବ ସଦସ୍ୟ ଅଭିକର୍ତ୍ତା ତଥା ଚିତ୍ରକର ରଶ୍ମି ରଞ୍ଜନ ମହାରଣା ,ନୃତ୍ୟ ଓ ଚିତ୍ରକଳା ଏକାଡେମୀରୁ ପୁରସ୍କାର ପ୍ରାପ୍ତ ସୋନୁ ମହାରଣା ଯୋଗ ଦେଇ ଦୁଇ ମହାନ ଯୋଦ୍ଧାଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ଧୂପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ l ଏହି ଉପଲକ୍ଷେ ଏକ ଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା l ଏହି ପ୍ରଦର୍ଶନୀ ରେ ୫୦ ଟି ଫୋଟ ଚିତ୍ରର ଶିଶୁ ଛାତ୍ରୀ ଛାତ୍ର ଅଂଶ ଗ୍ରହଣ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଦୀପକ କୁମାର ମୁଖୀ ଧନ୍ୟବାଦ ଅର୍ପଣ କରିଥିଲେ l ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କର୍ମକର୍ତ୍ତା ଓ ଅଭିଭାବକ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


