ଭୂବନେଶ୍ୱର, ୨୧/୧୧ : ଆକ୍ରମଣ ଘଟଣାରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ । ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିଧାୟକ । ପୁଲିସ ୧୦ ଜଣଙ୍କୁ ଗିରଫ କରିଥିବାବେଳେ ଅନ୍ୟ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ବିଧାୟକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ରାଜ୍ୟ ସରକାର ମଧ୍ୟ ଏ ଘଟଣାକୁ ଗୁରୁତର ସହିତ ନେଇଥିବା ସେ କହିଛନ୍ତି । ଖୁବଶୀଘ୍ର ଏଥିରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ସମ୍ପୃକ୍ତ ସମସ୍ତ ଆସାମୀଙ୍କୁ ଗିରଫ କରାଯିବ ବୋଲି ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ବିଧାୟକ । ସେହିପରି ଅତିରିକ୍ତ ଡିଜି ଓ ଯାଜପୁର ଏସପିଙ୍କ ସମେତ ଅନ୍ୟାନ୍ୟ ପୁଲିସ ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଯାଜପୁରରେ ଶୃଙ୍ଖଳା ବଜାୟ ରଖିବାକୁ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି । ଆକ୍ରମଣ ଘଟଣା ପରେ ଧର୍ମଶାଳା ନିର୍ବାଚନ ମଣ୍ଡଳୀର ରାଜନୈତିକ ଉଷ୍ମତା ବୃଦ୍ଧି ପାଉଥିବା ବେଳେ କେହି ଆଇନକୁ ହାତକୁ ନ ନେଇ ଶାନ୍ତି ବଜାୟ ବିଧାୟକ ହିମାଂଶୁ ସାହୁ ଗଣମାଧ୍ୟମ ଜରିଆରେ ନିବେଦନ କରିଛନ୍ତି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

