ଭୂବନେଶ୍ୱର, ୨୪/୧୧ : ଆଜି ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ସୁନ୍ଦରଗଡ଼ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ପଠାଇବେ । ଏଥିପାଇଁ ସୁନ୍ଦରଗଡ଼ରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ତେବେ ଆବେଦନ କରି ବିଭିନ୍ନ କାରଣରୁ ବାଦ ପଡ଼ିଥିବା୨ ଲକ୍ଷ ୬୭ ହଜାର ହିତାଧିକାରୀ ଏଥର ସୁଭଦ୍ରା ପାଇବେ ।
ବାଦ ପଡ଼ିଥିବା ହିତାଧିକାରୀଙ୍କ ବାବଦରେ ରିପୋର୍ଟ ଆସିବା ପରେ ପ୍ରାୟ ୨୫ ପ୍ରତିଶତ ସଂଶୋଧନ କରାଯାଇଛି । ସେମାନେ ତୃତୀୟ ପର୍ଯ୍ୟାୟରେ ଶୁଭଦ୍ରା ଟଙ୍କା ପାଇବେ ବୋଲି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହାଛଡା ସୁଭଦ୍ରା ଯୋଜନାରେ ୫ ଲକ୍ଷ ଆକାଉଣ୍ଟ ମିସ ମ୍ୟାଚ ହୋଇଥିଲା । ଯାହାର ସମାଧାନ ବର୍ତମାନ ସୁଦ୍ଧା ହୋଇପାରି ନାହିଁ । ତେଣୁ ୫ ଲକ୍ଷ ଆବେଦନକାରୀ ଚଳିତଥର ଟଙ୍କା ମିଳିନ ନାହିଁ । ସେମାନଙ୍କୁ ଡିସେମ୍ୱର ମାସରେ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।