ଭୂବନେଶ୍ୱର, ୨୨/୧୨ : ଆରପାରିରେ ଭୁବନେଶ୍ୱର ମଧ୍ୟ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । ୬୩ ବର୍ଷ ବୟସରେ ବିଜୟ ମହାନ୍ତିଙ୍କ ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ମୃତ ଘୋଷଣା କଲେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ । ମୃତ ଅବସ୍ଥାରେ ହସ୍ପିଟାଲ୍କୁ ଅଣା ଯାଇଥିଲା ବୋଲି କହିଛନ୍ତି କର୍ତ୍ତୃପକ୍ଷ ।
ନିୟମ ଅନୁସାରେ ପୋଷ୍ଟମର୍ଟମ କରାଯିବ ବୋଲି ସୂଚନା ଦେଇଛନ୍ତି । ବିଜୟ ମହାନ୍ତିଙ୍କ ଶେଷ ଦର୍ଶନ କରିବାକୁ ଗେଷ୍ଟ ହାଉସରେ ପହଞ୍ଚିଛନ୍ତି ବିଜେଡି ଏବଂ ବିଜେପି ବିଧାୟକ । ବିଜୟ କୁମାର ମହାନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ବିଧାନ ସଭାରେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ) ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓ ୧୫ଶ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।