ଭୂବନେଶ୍ବର: ହେଲଥ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ ଘୋଷଣା କରିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଏବେ ହେଲଥ କାର୍ଡର ଲୋଗରେ ପରିବର୍ତ୍ତନ କରାଯିବ । ଏହା ସହ ଖୁବଶୀଘ୍ର ୩.୫ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ଆରମ୍ଭ ହୋଇଯାଇଛି ସମସ୍ତ ପ୍ରକିୟା ।
ଏହା ସହ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଆହୁରି ଏକ ସୂଚନା ଦେଇଛନ୍ତି ଯେ,ଖୁବ୍ଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ ମିଶନ ।
ଯେଉଁଥିରେ ଆଉ ରୋଗୀଙ୍କୁ ପ୍ରେସକ୍ରିପସନ ଧରି ବୁଲିବାକୁ ପଡିବନି । ଗୋଟିଏ କାର୍ଡ଼ରେ ହିଁ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା । ଏହି କାର୍ଡର ନାମ ରହିବ ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ । ନ୍ୟାସନାଲ ହେଲଥ ଅଥରିଟି ଅଣ୍ଡରରେ ରହିବ ଏହି କାର୍ଡ ।ତେବେ ଏହି କାର୍ଡ ପାଇଁ ଅନଲାଇନରେ ଆବେଦନ କରିହେବ । ଆୟୁଷ୍ମାନ ଭାରତ ସହିତ ମିଳିବ ଏହି କାର୍ଡ । ଫେବୃଆରୀ ପୂର୍ବରୁ କାର୍ଡ ବାଣ୍ଟିବା ନେଇ ସରକାର ଯୋଜନା କରୁଥିବା ମନ୍ତ୍ରୀ କହିଛନ୍ତି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

