ଭୂବନେଶ୍ୱର,୧୦/୦୧ : ଆଜି ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜସ୍ଥାନ ଗସ୍ତରେ ଯିବେ । ସେ ତାଙ୍କର ଏହି ଗସ୍ତ କାର୍ଯ୍ୟକ୍ରମରେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଅନୁଷ୍ଠିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ସହ ରାଜସ୍ଥାନର ପର୍ଯ୍ୟଟନ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ପର୍ଯ୍ୟଟନ ଶିଳ୍ପର ବିକାଶ ସମ୍ବନ୍ଧରେ ଆଲୋଚନା କରିବେ ।