ଭୂବନେଶ୍ୱର, ୦୭/୦୨ : ଆସନ୍ତା କାଲି ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ କରାଯିବ । ଏହାକୁ ମିଶାଇ ରାଜ୍ଯରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ । ଏହାସହ ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଉଭୟ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ । ୩ ଲକ୍ଷ ୩୮ ହଜାର NPCI ମଧ୍ଯରୁ ୫୯ ହଜାର NPCI କ୍ଲିୟର ହୋଇଥିବା ଉପମୁଖ୍ଯମନ୍ତ୍ରୀ କହିଛନ୍ତି । ଯେପରି ଜଣେ ବି ଯୋଗ୍ଯ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବାଦ ପଡିବେନି ସେନେଇ ଗୁରୁତ୍ବ ଦିଆଯାଉଛି । ଆଜି ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଶୁଭାରମ୍ଭ ଅବସରରେ ପ୍ରଭାତୀ ପରିଡ଼ା ଏହା କହିଛନ୍ତି ।