ଭୂବନେଶ୍ୱର, ୦୮/୦୨ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କ୍ୟାବିନେଟ ବୈଠକରେ ଅନ୍ତୋଦୟ ଗୃହ ଯୋଜନାକୁ ମୋହର ମରାଯାଇଛି। ଏହି ଯୋଜନାରେ ରାଜ୍ୟ ସରକାର ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଯୋଗାଇଦେବେ ।
ହିତାଧିକାରୀଙ୍କୁ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ। କୌଣସି ହିତାଧିକାରୀ ୪ ମାସରେ ଘର ସାରିଲେ ୨୦ ହଜାର ବୋନସ ଦେବେ ସରକାର। ସେହିପରି ୬ ମାସରେ ସାରିଲେ ୧୦ ହଜାର ଟଙ୍କା ବୋନସ ମିଳିବ। ରାଜ୍ୟ ସରକାର ଏହି ଯୋଜନାରେ ୭୫୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।ଫୁଟବଲ, କ୍ରିକେଟ, ଆଥ୍ଲେଟ୍, ଅନ୍ୟାନ୍ୟ ଖେଳ ପାଇଁ ସୁବିଧା ରହିବ । ୩ ଲକ୍ଷ ୩୩ ହଜାର ଅଧିକାରୀ ମାନେ ସେମାନେ ସ୍ଥିର କରିବେ nps କି ups ରେ ରହିବେ । ରାଜ୍ୟରେ ଏକିକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି. Nps ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ। ରାଜ୍ୟରେ ଡ୍ୟାମ ଗୁଡିକର ପୁନଃବ୍ୟାସ ଏବଂ ଉନ୍ନତିକରଣ ପାଇଁ ୧୦୬୬ କୋଟି ଖର୍ଚ୍ଚ କରିବେ । ହୀରାକୁଦ ଡ୍ୟାମ ମରାମତି ଏବଂ ଉନ୍ନତିକରଣ ପାଇଁ ୩ଟି ପ୍ରକଳ୍ପ କାର୍ଯ୍ୟ ହେବ । ଆସନ୍ତା ୬ ବର୍ଷରେ ଏହି କାମକୁ ସଂପୂର୍ଣ୍ଣ କରାଯିବ ।