-ବିଦ୍ୟୁତ ସଟସର୍କିଟ ଯୋଗୁ ବ୍ୟାଙ୍କରେ ଲାଗିଲା ନିଆଁ
ଜଗତସିଂହପୁରତା =9/2/25 ଜଗତସିଂହପୁର ଜିଲ୍ଲା ସଦର ମହକୁମା ସ୍ଥିତ ଦୁର୍ଗା ବଜାରରେ ଠାରେ ଅବସ୍ତିତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ବିଦ୍ୟୁତ ସଟସର୍କିଟ ଯୋଗୁ ନିଆଁ ଲାଗି ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀର ୩ଟି ଗାଡି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ପ୍ରଭାତ ରୁ ବ୍ୟାଙ୍କ ଭିତରୁ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ସଦରଥାନା ଅଧିକାରୀ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳେଇଛନ୍ତି ।ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ