ମାତ୍କାମ୍ବେଡା ଠାରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ
କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌରାଞ୍ଚଳ ମାତ୍କାମ୍ବେଡା ଠାରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ବିଦ୍ୟାଳୟରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀଯୁକ୍ତ ପ୍ରବୀର କୁମାର ଦେଓ ମହୋଦୟଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଚମ୍ପୁଆ ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ, ମୁଖ୍ୟ ବକ୍ତା ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ କେଦାରନାଥ ଦେହୁରୀ,ବଲlଣି ଓଡ଼ିଆ ଡି ଏ .ଭି ବିଦ୍ୟାଳୟର ଅଧ୍ୟକ୍ଷ ରlସବିହlରୀ ପଟ୍ଟନାୟକ,ଯୋଡ଼ା ବ୍ଲକ୍ ର ଜିଲ୍ଲା ସମ୍ପ୍ରସାରଣ ଅଧିକାରୀ ଶ୍ରୀମାନ୍ ସ୍ୱରୂପ ରାଜ ବିଶୋଇ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଲ୍ୟ ମଣ୍ଡିତ କରିଥିଲେ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ତଥା ଅଧ୍ୟାପିକା ତଥା ଅନୁଚର ଓ ଅନ୍ୟାନ୍ୟ କର୍ମଚାରୀ ଯୋଗଦାନ ପୂର୍ବକ ସଭାଟିକୁ ସୁଚାରୁରୂପେ ପରିଚାଳନା କରିଥିଲେ l ଏଇ ସଭାରେ ଛାତ୍ରଛାତ୍ରୀମାନେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ପ୍ରଦାନ କରିଥିଲେ l ଉକ୍ତ ସଭାରେ ସମସ୍ତ ଅତିଥି ମାନେ ଛାତ୍ରଛାତ୍ରୀଙ୍କ ମଙ୍ଗଳ କାମନା କରିବା ସହିତ ପଢାପଢି ଠିକ୍ ଭାବରେ କରିବା,ସମୟର ସଦୁପଯୋଗ କରିବା,ଶୃଙ୍ଖଳାରେ ରହିବା ଏବଂ ଏଇ ଭଳିଆ ପ୍ରତିବର୍ଷ ବାର୍ଷିକଉତ୍ସବ ପାଳନ କରିବା ଏବଂ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବାକୁ ପାଇଁ ଉପଦେଶ ପ୍ରଦାନ କରିଥିଲେ ଏହି ବାର୍ଷିକ ଉତ୍ସବ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ କୃତକାର୍ଯ୍ୟ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରଯାଇଥିଲା।ପରିଶେଷରେ ଶିକ୍ଷକ ରଞ୍ଜନ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ lକେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


