ଭୂବନେଶ୍ୱର, ୧୯/୦୨ : ଆଜି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀ ମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି କରାଯିବ । ସେଥିପାଇଁ ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ବନକଲାଗି ହେଉଛି ଶ୍ରୀଜୀଉଙ୍କର ଏକ ଗୁପ୍ତ ନୀତି । ଏହି ନୀତି ସମୟରେ ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ ପାଇବାରୁ ବଞ୍ଚିତ ହୋଇଥାନ୍ତି । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନଙ୍କ ଦ୍ୱାରା ଏହି ନୀତି କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ । ଏହି ନୀତି ପରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଥାନ୍ତି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


