ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ଅର୍ଥାତ୍ ଶନିବାର ଦିନ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ଟଙ୍କା । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ । ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି ।
ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଆଦି ଯୋଗ ଦେବେ ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।
ସମସ୍ତ ହିତାଧିକାରୀ ଦ୍ୱିତୀୟ ପର୍ଯ୍ୟାୟରେ ୫ ହଜାର ଲେଖାଏଁ ପାଇବେ । ଶନିବାର ଦିନ କୋଟିଏରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଟଙ୍କା ଯିବ । ତେବେ ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଟଙ୍କା ପାଇବେ ।