ହୋଲିରେ ଗଡ଼ିଲା ମୁଣ୍ଡ

ଛୁରା ମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର କଣ୍ଟ୍ରାକ୍ଟର ଟି.ରାମଚନ୍ଦ୍ର ପାତ୍ରଙ୍କ ମୃତ ହୋଇଛି । ପପୁନ ନାମକ ଜଣେ ଯୁବକ ତାଙ୍କୁ ଛୁରୀ ଭୂଷିଥିବା ହତ୍ୟା କରିଥିବା ଅଭିଯୋଗ ହୋଇଛି। ହୋଲି ଖେଳିବା ପରେ ରାମ ନିଜ ଘରେ ଅନ୍ୟ ଏକ ସାଙ୍ଗସହ ବସି କଥା ହେଇଥିବା ବେଳେ ପପୁନ ଆସିଥିଲା । କିଛି ସମୟ ପରେ କୌଣସି କାରଣକୁ ନେଇ ପପୁନ ଓ ରାମ ମଧ୍ୟରେ ବଚସା ହୋଇଥିଲା । ପରେ ପପୁନ ଏକ ଛୁରୀ ସାହାଯ୍ୟରେ ରାମଙ୍କ ବେକୁ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ରାମ ବଡ଼ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ମଦ ପିଇବାକୁ ନ ଦେବାରୁ ପପୁନ ଛୁରୀ ଭୂଷି ଏଭଳି କାଣ୍ଡ କରିଥିବା ଶୁଣିବାକୁ ମିଳୁଛି । ବର୍ତ୍ତମାନ ସ୍ଥାନୀୟ ଲୋକେ ପପୁନକୁ କାବୁ କରି ନିର୍ଧୁମ ଛେଚୁଥିବା ଜଣାପଡିଛି ।ଘଟଣା ସ୍ଥଳରେ ପୁଲିସ ମଧ୍ୟ ପହଞ୍ଚି ତଦନ୍ତ ଚଳାଇଛି ।