ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି ।
ଏଥିସହିତ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ।
କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା ଦେଇଛି । ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ଏହା ମିଳିବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।
ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା
ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ । କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ । ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ମିଳିବ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


