ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ’, ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ‘ଏକ୍ସ’ରେ ଲେଖିଛନ୍ତି ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ ।
ବେଶ୍ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତୂପୂର୍ଣ୍ଣ ଥିଲା ଏବଂ ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।ଠିକ୍ ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଛନ୍ତି, ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି ।