ଭୂବନେଶ୍ୱର, ୧୩/୦୪ : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଦେଖିବାକୁ ମିଳିଛି। ଆଜି ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ଓ ୪୦-୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ବିଭାଗ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନ ପାଇଁ ଆଲର୍ଟ ଜାରି କରିଛି ବିଭାଗ। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ସମେତ ବଜ୍ରପାତ ହେବାର ସମ୍ଭାବନା ରହିଛି।