ଭୂବନେଶ୍ୱର, ୨୪/୦୪ : ଆଜି ପୁରୀ ତାଳବଣିଆଠାରେ ଆୟୋଜିତ ହେବ ରାଜ୍ୟସ୍ତରୀୟ ପଞ୍ଚାୟତି ରାଜ ଦିବସ ସମାରୋହ । କାର୍ଯ୍ୟକ୍ରମରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ ବଡ଼ ଘୋଷଣା କରିବେ । ପୁରୀରୁ ୬ ଲକ୍ଷ ହିତାଧିକାରୀଙ୍କୁ ରାସନ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ୨ଲକ୍ଷରୁ ଅଧିକ ନୂତନ ସୁଭଦ୍ରା ହିତାଧିକାରୀଙ୍କୁ ୨୦୦ କୋଟିରୁ ଅଧିକ ଆର୍ଥିକ ସହାୟତା ପ୍ରଦାନ କରିବେ ।
ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ । ସେହିପରି ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ୩ କିଲୋୱାଟ ପର୍ଯ୍ୟନ୍ତ ସୋଲାର ପ୍ୟାନେଲ ପାଇଁ ୧ ଲକ୍ଷ ୩୮ ହଜାର ଟଙ୍କା ପର୍ଯ୍ୟନ୍ତ ସବସିଡି ପ୍ରଦାନ କରିବେ । ସେହିପରି ଇ- ପଞ୍ଚାୟତ ସଭା ପୋର୍ଟାଲର ଉନ୍ମୋଚନ କରିବେ । ପଞ୍ଚାୟତ ମନିଟରିଂ ସିଷ୍ଟମର ଶୁଭାରମ୍ଭ କରିବେ ମୋହନ ମାଝୀ ।