ବାଲେଶ୍ବର: ଜନ୍ମମାଟିରେ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ। ପ୍ରଶାନ୍ତ ଶତପଥୀଙ୍କ ମୃତଦେହ ଗତକାଲି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲା। ବିମାନବନ୍ଦରରେ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ଉପସ୍ଥିତ ଥିଲେ। ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ମଙ୍ଗଳବାର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିଲେ ପ୍ରଶାନ୍ତ।
ମୃତଦେହ ପହଞ୍ଚିବା ପରେ ବାଲେଶ୍ବର ଜିଲ୍ଲାର ରେମୁଣା ଇଷାଣୀ ଗାଁରେ ଶୋକର ଛାୟା ଖେଳି ଯାଇଛି।କନକ ବର୍ଦ୍ଧନ କହିଛନ୍ତି, ପହଲଗାମ ଗୁଳିକାଣ୍ଡ ଭୀରୁତା। ପ୍ରଧାନମନ୍ତ୍ରୀ ମୋଦି ଓ ଗୃହ ମନ୍ତ୍ରୀ ଅମିତ ଶାହ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବେ। ବାଲେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୃତ ପ୍ରଶାନ୍ତ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗତକାଲି ପ୍ରଶାନ୍ତଙ୍କ ଗାଁରେ କ୍ୟାଣ୍ଡେଲ ଶୋଭାଯାତ୍ରା ହୋଇଥିଲା।ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିବା ଓଡିଆ ପୁଅ ପ୍ରଶାନ୍ତ ଶତପଥୀଙ୍କ ମର ଶରୀର ବୁଧବାର ରାତି ୧୨.୩୦ ମିନିଟ୍ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଥିଲା। ପତ୍ନୀ ପ୍ରିୟଦର୍ଶିନୀ ଓ ପୁଅ ତନୁଜ ମଧ୍ୟ ତାଙ୍କ ସହ ଫେରିଛନ୍ତି। ଗତକାଲି ସ୍ୱତନ୍ତ୍ର ବିମାନରେ ଦିନ ୨. ୩୫ ମିନିଟରେ ପ୍ରଶାନ୍ତଙ୍କ ପାର୍ଥିବ ଶରୀର ଶ୍ରୀନଗରରୁ ଦିଲ୍ଲୀ ଅଭିମୁଖେ ବାହାରିଥିଲା। ନୂଆଦିଲ୍ଲୀରୁ ପୁଣି ଅନ୍ୟ ଏକ ବିମାନରେ ପାର୍ଥିବ ଶରୀର ଭୁବନେଶ୍ୱର ଆସିଛି। ମରଶରୀର ସହ ଶ୍ରୀନଗର ଯାଇଥିବା ପ୍ରଶାନ୍ତଙ୍କ ସାନ ଭାଇ ବସନ୍ତ ଶତପଥୀ, ଦିଲ୍ଲୀରେ ରହୁଥିବା ଭଉଣୀ ଶ୍ରାବଣୀ ଶତପଥୀ ଓ ଭିଣୋଇ ମନୋରଞ୍ଜନ ମହାନ୍ତି ଓଡ଼ିଶା ଆସିଛନ୍ତି ।