ସରକାରଙ୍କ ଏକ ବର୍ଷ ପୂର୍ତ୍ତୀ ପାଳନ ଉପଲକ୍ଷେ ‘ବିକାଶ ମେଳା’ ଆୟୋଜିତ ସ୍ତରୀୟ ବିକାଶ ବାହ ଯୋଜନା ଅବଗତ

ଅନୁଗୋଳ :-ତା.୧୨.୦୬: – ଆଜି ପୂର୍ବାହ୍ନରେ ଅନୁଗୋଳ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତୀ ପାଳନ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିକାଶ ମେଳା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ଜିଲ୍ଲା ‘ବିକାଶ ବାହନ’ ଯାତ୍ରା ଶୁଭାରମ୍ଭ କରାଯାଇଛି । ସରକାରଙ୍କ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ବଦ୍ଧରେ ଜନସାଧାରଣଙ୍କୁ ଅବଗତ କରିବା ସହ ଅପହଞ୍ଚ ଅଞ୍ଚଳରେ ରହୁଥିବା ଲୋକଙ୍କ ପାଖରେ ସରକାରୀ ଓ ବିଭିନ୍ନ ଜନ ହିତକାରୀ ସେବାଗୁଡିକ ପହଞ୍ଚାଇବା ପାଇଁ ଜିଲ୍ଲାରେ ଆଜି ଠାରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଏହି ‘ବିକାଶ ବାହନ’ ଗଡିବ ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, , ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପଦ୍ମନାଭ ସାମନ୍ତରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଉମା ଶଙ୍କର ମିଶ୍ର, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡନାୟକ ଓ ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ଯଯାତି ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ସରକାରଙ୍କ ବିଭିନ୍ନ ଜନହିତକାରୀ ଯୋଜନା ଗୁଡିକ ସମ୍ପର୍କରେ ଜନସାଧାରଣଙ୍କୁ କରାଇଥିଲେ । ଏହି ପରିପ୍ରେକ୍ଷୀରେ ଏକ ଜିଲ୍ଲା ସ୍ତରୀୟ କୃଷକ ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ସମାରୋହରେ ବୃହତ ଉଠାଜଳସେଚନ ପ୍ରକଳ୍ପରେ ଫସଲ ବିବିଧ ଯୋଜନା ଅନ୍ତର୍ଗତ ୬ ଜଣ କୃଷକ ବନ୍ଧୁଙ୍କୁ କୃଷି ଓ ଊଦ୍ୟାନ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ମାନପତ୍ର, ଉତ୍ତରୀୟ ଏବଂ କୃଷିଊପକରଣ ଦେଇ ମଞ୍ଚାସିନ ଅତିଥି ମାନଙ୍କ ଦ୍ବାରା ସମ୍ବନ୍ଧିତ କରାଯାଇଥିଲା । ଶେଷରେ ଅତିରିକ୍ତ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ପରେ ପରେ ଅତିଥିମାନେ ଓରମାସ ଓ ମିଶନଶକ୍ତି ଦ୍ବାରା କରାଯାଇଥିବା ଷ୍ଟଲ ଗୁଡିକୁ ବୁଲି ଦେଖିଥିଲେ । ଏହି ଅବସରରେ ମିଶନ ଶକ୍ତି ମା ମାନେ ବିଭିନ୍ନ ଷ୍ଟଲ ମାଧ୍ୟମରେ ପାରମ୍ପରି ଖାଦ୍ୟର ପ୍ରଦର୍ଶନ କରିଥିଲେ ପ୍ରଶାସନ ତରଫରୁ ସମସ୍ତ ବିଭାଗ ନିଜର ଷ୍ଟଲ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ପ୍ରକଳ୍ପଗୁଡିକ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ, ବୁଦ୍ଧିଜିବୀ, ସ୍ଵୟଂ ସହାୟକ ଗୋଷ୍ଠୀ ,ଗଣମାଧ୍ୟମର ପ୍ରତିନିଧି ଓ ବହୁ ସଂଖ୍ୟାରେ ଜନସାଧାରଣ ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଶ୍ରୀ ରଞନ କୁମାର ବେହେରା ସଞ୍ଚାଳନ କରିଥିଲେ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


