ଭୂବନେଶ୍ବର: ରଥଯାତ୍ରା ପରିଚାଳନାକୁ ନେଇ ଉଠୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ସଚିବ ନିଯୁକ୍ତି ପାଇଛନ୍ତି । ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ସେ ପୂର୍ବରୁ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ । ଏନେଇ ଆଜି ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସେହିପରି, ରବିବାର ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଗ୍ରାମୀଣ ବିକାଶ ବିଭାଗ ଦ୍ୱାରା ଜାରି ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଶାଶ୍ୱତ ମିଶ୍ର (IAS, RR-1996), ପ୍ରଧାନ ସଚିବ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି । ସେ ମଧ୍ୟ ଆନୁଷଙ୍ଗିକ ଭାବେ ବିତ୍ତ ବିଭାଗ ଏବଂ IDCO’ର ଚେୟାରମ୍ୟାନ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।ଜାରି ହୋଇଥିବା ନୋଟିସ ଅନୁଯାୟୀ, ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନ ସଚିବ ଭାବେ କାର୍ଯ୍ୟ କରିବା ସହ ବିତ୍ତ ବିଭାଗ ଓ IDCOର ଚେୟାରମ୍ୟାନ ଭାବେ ମଧ୍ୟ ଅଧିକ ଦାୟିତ୍ୱ ପାଇଛନ୍ତି । ଏହି ନିଯୁକ୍ତି ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାପନାରେ ଏକ ଗୁରୁତ୍ଵପୂର୍ଣ୍ଣ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


