ଚମ୍ପୁଆ ଥାନା ଅନ୍ତର୍ଗତ ରେ ମର୍ମନ୍ଦୁତ ସଡ଼କ ଦୁର୍ଘଟଣାରେ ଦୁଇ ମୃତ ଜଣେ ଗୁରୁତର ଆହତ

କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ରେ ମର୍ମନ୍ଦୂତ ସଡ଼କ ଦୁର୍ଘଟଣାରେ ଦୁଇ ମୃତ ଜଣେ ଗୁରୁତର ଆହତ ହୋଇଥିବା ନେଇସୂଚନା। ସୂଚନା ଅନୁଯାୟୀ ଚମ୍ପୁଆ ଥାନା NH 520 ତଡୁଆବାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଟ୍ରକ ଧକ୍କାରେ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ, ଜଣେ ଗୁରୁତର । ମୃତକ ଯୋଡ଼ା ଥାନା ବିଲେଇପଦା କାରଣସାହିର ନିରଞ୍ଜନ ମଲ୍ଲିକ ଓ ଦାମପୁର ଅଞ୍ଚଳର ସଚିନ ମହାକୁଡ଼ । ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କ ଶୋଚନୀୟ ଭାବରେ ମୃତ୍ୟୁ ଘଟିଛି। ଗୁରୁତର ଆହତ କଣ୍ଡରା ଅଞ୍ଚଳର ମୁନା ମହାକୁଡ଼ଙ୍କୁ ଉଦ୍ଧାର କରାଯାଇ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କର ଅବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି ତାକୁ କେନ୍ଦୁଝର ଜିଲ୍ଲା ଡାକ୍ତର ଖାନା କୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଏତେ ଜୋରଦାର ଥିଲାକି ସ୍କୁଟି ଟି ଦୁଇଖଣ୍ଡ ହୋଇଯାଇଥିବା ଦେଖିବାକୁ ମିଳିଛି। ଦୁର୍ଘଟଣା ପରେ ଦୁର୍ଘଟଣା ଘଟାଇଥିବା ଟ୍ରକଟି ସେଠାରୁ ଫେରାର ହୋଇଯାଇଛି । ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ଚମ୍ପୁଆ ପେlଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ କରିଛି ।କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ