ଭୂବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ତେବେ ମିଳିଥିବା ସୂଚନା ଅନୁଯାୟୀ, ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଆସନ୍ତା ୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ତା ପରଦିନ ୧୫ ତାରିଖରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ରେଭେନ୍ସା ବାଳିକା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ । ଏଥିସହିତ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ପରେ କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ ।୧୪, ୧୫ କାର୍ଯ୍ୟକ୍ରମ ପରେ ସେ ପୁଣି ସେଇଦିନ ଦିଲ୍ଲୀ ଫେରିପାରନ୍ତି ।